Thu. Oct 23rd, 2025

ନ୍ୟୁଜ ଡେକ୍ସ: ପାରିବାରିକ କଳହର କରୁଣ ପରିଣତି । ସ୍ୱାମୀ ସାଜିଲା ସଇତାନ । ନୃସଂଶ ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ ।

ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟାକାରୀ ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି ଦେଓଗାଁ ପୋଲିସ । ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଅନ୍ତର୍ଲା ଗାଁରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ। ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଅନ୍ତର୍ଲା ଗାଁରେ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସୂଚନା ମୁତାବକ, ମଙ୍ଗଳବାର ବିଳମ୍ୱିତ ରାତିରେ ଖାଇସାରି ସ୍ତ୍ରୀ ଶୋଇବାକୁ ଯାଇଥିଲେ।

ଏହି ସମୟରେ ଏକ ଟାଙ୍ଗିଆ ଆଣି ହଠତ ସ୍ତ୍ରୀଙ୍କୁ ଚୋଟ ପକାଇଥିଲା ସ୍ୱାମୀ । ସ୍ୱାମୀର ଟଙ୍ଗିଆ ଚୋଟରେ ସ୍ତ୍ରୀ ପ୍ରାଣ ହରାଇଥିଲା।ଏନେଇ ଖବର ପାଇବା ପରେ ଘଟଣାସ୍ଥଳରେ ଦେଓଗାଁ ପୋଲିସ ପହଞ୍ଚିଛି। ଘଟଣାସ୍ଥଳରେ ପହଞ୍ଚି ସ୍ତ୍ରୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ। ଏହା ସହ ହତ୍ୟାକାରୀ ସ୍ୱାମୀକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।

Leave a Reply

Your email address will not be published. Required fields are marked *