Sat. Feb 21st, 2026

ନ୍ୟୁଜ ଡେକ୍ସ: କାଳବୈଶାଖୀ ପ୍ରଭାବରୁ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି । ଆସନ୍ତା ୨ ଦିନ ଯାଏ ରାଜ୍ୟରେ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ମାତ୍ର ଦୁଇଦିନ ପରେ ତାତି ପୁଣି ବଢ଼ିବ,ପ୍ରାୟ ୨ରୁ ୩ ଡିଗ୍ରୀ ବଢ଼ିପାରେ । ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ୪୦.୩ ଡିଗ୍ରୀ ସେଲସିୟସ୍ ବୌଦ୍ଧରେ ରେକର୍ଡ କରାଯାଇଛି ।

କାଳବୈଶାଖୀ ପ୍ରଭାବରେ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ପ୍ରଭାବରେ ହ୍ରାସ ପାଇଛି ତାପମାତ୍ରା। ଆଜି ୨୧ ଜିଲ୍ଲାରେ ହାଲୁକା ଓ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପଟେ ୬ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ସହ ପୁଣିଥରେ ତାପମାତ୍ରା ବଢିବ। ୭ ତାରିଖ ବେଳକୁ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଲିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଥିବାରୁ ଉପକୂଳ ଓଡ଼ିଶାର ତାପମାତ୍ରା ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବୃଦ୍ଧି ହେବ ନାହିଁ। ଉତ୍ତର ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରି ଉପରେ ରହିବ।୫ ତାରିଖଠାରୁ ସପ୍ତାହକ ଯାଏ ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର‌ର ତାପମାତ୍ରା ୪୦ ଡିଗ୍ରି ଉପରେ ଏବଂ ମଝିରେ ମଝିରେ ୪୨ ଡିଗ୍ରି ଡେଇଁଯିବ। ଏପ୍ରିଲ ମାସରେ ତାପମାତ୍ରା ସ୍ବାଭାବିକ ରହିବ। ଗ୍ରୀଷ୍ମପ୍ରବାହ ଅବଧି କମ୍‌ ରହିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *