ନ୍ୟୁଜ ଡେକ୍ସ: ରାଜ୍ୟରେ ଆସନ୍ତା ୭ ଦିନ ଯାଏଁ କାଳବୈଶାଖୀ ଜାରି ରହିବ। ପଶ୍ଚିମାଝଡ଼ ଓ ଟ୍ରଫ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗାମୀ ୭ ଦିନ ଯାଏଁ ବର୍ଷା ହେବ। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦କିମି ବେଗରେ ପବନ ବହିପାରେ ।
ସେହିଭଳି ଆସନ୍ତାକାଲି ୧୭ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ଜାରି ହୋଇଛି ୱେଲୋ ୱାର୍ଣ୍ଣିଂ। କାଳବୈଶାଖୀ ପ୍ରଭାବରେ ଫସଲ କ୍ଷତିଗ୍ରସ୍ତ ହେବାକୁ ଥିବାରୁ ଚାଷୀଙ୍କୁ କୃଷି ପରାମର୍ଶ ଦିଆଯାଇଛି। ଅମଳ ଉପଯୋଗୀ ଫସଲ ତୋଳି ଆଣିବାକୁ କୁହାଯାଇଛି। ଅନ୍ୟପଟେ ଚଳିତ ବର୍ଷ ମୌସୁମୀ ବର୍ଷାକୁ ନେଇ ଆଜି ଆସିପାରେ ଆଇଏମଡିର ପୂର୍ବାନୁମାନ।
