ନ୍ୟୁଜ ଡେକ୍ସ: ଆସନ୍ତା ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ୍ ଗଡ଼କରୀ । ଏ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି । ରେଭେନ୍ସା ବିଶ୍ୱବିଦ୍ୟାଳୟ ଠାରେ ଅନୁଷ୍ଠିତ ହେବାକୁ ଥିବା ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଉତ୍ସବରେ ଗଡ଼କରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।
ଏଥିସହିତ ବିଭିନ୍ନ ଏନଏଚଏଆଇ ପ୍ରକଳ୍ପର ସମୀକ୍ଷା କରିବେ । ଏହି ଗସ୍ତରେ ବରମୁଣ୍ଡା ଗ୍ରାଉଣ୍ଡରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ୫ ହଜାର କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ଗଡକରୀ । ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ । ତେବେ ଏହି ନିକଟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ୨ ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ, ରାଜ୍ୟକୁ ଭେଟି ଦେଇଯାଇଛନ୍ତି, ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ ।
ଯେଉଁଥିରେ ପାଖାପାଖି ୩ ଲକ୍ଷରୁ ଉର୍ଦ୍ଧ୍ବ ପରିବାର ଉପକୃତ ହେବେ । ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା ମିଳିତ ଭାବେ ଲାଗୁ ହୋଇଛି । ଭୁବନେଶ୍ବରରେ ଆୟୋଜିତ ଏକ ସାଧାରଣ ସଭାରେ ନୀତିନ ଗଡ଼କରୀ ବଡ ଘୋଷଣା କରିବାର ସୂଚନା ରହିଛି । ୫ ହଜାର କୋଟି ଟଙ୍କାର ୧୬ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବାର ରହିଛି କର୍ଯ୍ୟକ୍ରମ ।
