Thu. Oct 23rd, 2025

ନ୍ୟୁଜ ଡେକ୍ସ: ଆସନ୍ତା ୨୦ ତାରିଖରୁ ରାଜ୍ୟରେ ତାତି ବଢ଼ିବ । ଉତ୍ତର ପଶ୍ଚିମ ଓ ଦକ୍ଷିଣ ପଶ୍ଚିମ ଦିଗରୁ ଗରମ ପବନ ବହିବ । ପୁଣି ରାଜ୍ୟକୁ ଆସୁଥିବା ସାମୁଦ୍ରିକ ପବନ ଆଉ ଆସିବନି । ଫଳରେ ରାଜ୍ୟରେ ତାପମାତ୍ରା ବଢ଼ିଯିବ ।

୨୩ ଓ ୨୪ ତାରିଖ ବେଳକୁ ଉପକୂଳ ଓଡ଼ିଶାରେ ତାତି ୪୪ରୁ ୪୫ ଡିଗ୍ରୀ ଛୁଇଁପାରେ । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହି ସମୟ ମଧ୍ୟରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି ।

Leave a Reply

Your email address will not be published. Required fields are marked *