Sat. Feb 21st, 2026

ନ୍ୟୁଜ ଡେକ୍ସ: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ। ଆଜି ୧୫ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି। ବାଲେଶ୍ୱର, ମୟୂରଭଞ୍ଜରେ କୁଆପଥର ବର୍ଷା ସମ୍ଭାବନା। ଦୁଇ ଦିନ କାଳବୈଶାଖୀ ଲାଗି ରହିବା ନେଇ ଆକଳନ।

ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ କାଳବୈଶାଖୀର ବିଶେଷ ପ୍ରଭାବ ଦେଖିବାକୁ ମିଳିବ। ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆପଥର ବର୍ଷା ହୋଇପାରେ । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ତେବେ ଆଗାମୀ ୨ ଦିନ ଯାଏଁ କାଳବୈଶାଖୀ ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ।

ରାଜ୍ୟରେ ଏବେ ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି । ଯାହା ଫଳରେ ସର୍ବୋଚ୍ଚ ତାପମାତ୍ରା ୪୦ଡ଼ିଗ୍ରୀ ତଳେ ରେକର୍ଡ ହେଉଛି ।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୩ଦିନ ପରେ ବର୍ଷାର ପ୍ରଭାବ କମିବା ସହ ପୁଣି ଆଭ୍ୟନ୍ତରୀଣ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳର ଅନେକ ସ୍ଥାନରେ ତାପମାତ୍ରା ୪୦ଡ଼ିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *