Sun. Feb 22nd, 2026

ନ୍ୟୁଜ ଡେକ୍ସ: ଗତକାଲି ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଆଜି ସକାଳୁ ଜମ୍ମୁକଶ୍ମୀରରେ ପ୍ରବଳ ଗୁଳି ବିନିମୟ ପରେ ସେନା ଦୁଇ ଜଣ ଆତଙ୍କବାଦୀଙ୍କୁ ନିଷ୍କ୍ରିୟ କରିଛି। ଏହି ଅଭିଯାନ ଆତଙ୍କବାଦୀଙ୍କ ଅନୁପ୍ରବେଶ ପ୍ରୟାସକୁ ସଫଳତାର ସହ ପଣ୍ଡ କରିଛି ଭାରତୀୟ ସେନା।

ଘଟଣାସ୍ଥଳରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଏବଂ ଅନ୍ୟାନ୍ୟ ଯୁଦ୍ଧ ସାମଗ୍ରୀ ଜବତ କରାଯାଇଛି।ସୂଚନା ଅନୁସାରେ, ବୁଧବାର ଜମ୍ମୁ-କାଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଏଲଓସିରେ ଆତଙ୍କବାଦୀଙ୍କ ଅନୁପ୍ରବେଶକୁ ଭାରତୀୟ ସେନା ଅଟକାଇବାରେ ସଫଳ ହୋଇଛି। ପ୍ରାୟ ୨ରୁ ୩ଜଣ ୟୁଆଇ ଆତଙ୍କବାଦୀ ବାରାମୁଲ୍ଲା (ଉତ୍ତର କାଶ୍ମୀରର) ଉରି ନାଲାରେ ସାଧାରଣ ଅଞ୍ଚଳ ସରୋଜଭାନ ଦେଇ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ସେହି ଅନୁପ୍ରବେଶକାରୀଙ୍କୁ ଭାରତୀୟ ସେନା ଯବାନ ଅଟକାଇଥିଲେ।

ଫଳସ୍ୱରୂପ ସେମାନେ ସେନା ଉପରକୁ ଗୁଳି ଚାଳନା କରିଥିଲେ। ଭାରତୀୟ ସେନା ପକ୍ଷରୁ ଆତଙ୍କବାଦୀଙ୍କୁ ପାଲଟା ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଆତଙ୍କବାଦୀ ଏବଂ ସେନା ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଭାରତୀୟ ସେନାର ଗୁଳିରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିଲେ।

Leave a Reply

Your email address will not be published. Required fields are marked *