Thu. Jun 4th, 2026

ନ୍ୟୁଜ ଡେକ୍ସ: ଗୁରୁବାର ସାରା ଦେଶରେ ପାଳନ ହେବ ଜାତୀୟ ପଞ୍ଚାୟତିରାଜ ଦିବସ । ଏହି ଅବସରରେ ରାଜ୍ୟ ସରକାର ନୂଆ ହିତାଧିକାରୀଙ୍କୁ ରାସନ କାର୍ଡ ଏବଂ ସୁଭଦ୍ରା ଟଙ୍କା ବଣ୍ଟନ କରିବେ । ଏଥିପାଇଁ ପୁରୀରେ ଏକ ସ୍ୱତନ୍ତ୍ର ସଭାର ଆୟୋଜନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କାର୍ଡ ଓ ସୁଭଦ୍ରା ସହାୟତା ବଣ୍ଟନ କରିବେ ।

ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ। ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ। ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ।ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏପ୍ରିଲ ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା।

ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।

Leave a Reply

Your email address will not be published. Required fields are marked *