Thu. Oct 23rd, 2025

ନ୍ୟୁଜ ଡେକ୍ସ: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର କଡା ନିର୍ଦ୍ଦେଶ । ଦିଘାରେ ପ୍ରତିଷ୍ଠା ହେବାକୁ ଯାଉଥିବା ଶ୍ରୀଜଗନ୍ନାଥ ମନ୍ଦିରର ଉଦ୍ଘାଟନ ଉତ୍ସବରେ କେହି ସେବକ ରହିବେନି । ନଚେତ ରୋଷ ଓ ନିଯୋଗରୁ କରାଯିବ ବାସନ୍ଦ । ସବୁଦିନ ପାଇଁ କରାଯିବ ନିଲମ୍ବିତ । ଶ୍ରୀମନ୍ଦିର ଚାରିଦ୍ଵାର ସମେତ ଶ୍ରୀମନ୍ଦିର ପରିସରରେ ଥିବା ରୋଷ ଘର ସମ୍ମୁଖରେ ସୁଆର ମହାସୁଆର ନିଯୋଗ ପକ୍ଷରୁ ଲଗାଯାଇଛି ନିର୍ଦ୍ଦେଶନାମା।

ଏନେଇ ଶ୍ରୀମନ୍ଦିର ଚାରିଦ୍ଵାର ସମେତ ଶ୍ରୀମନ୍ଦିର ପରିସରରେ ଥିବା ରୋଷ ଘର ସମ୍ମୁଖରେ ସୁଆର ମହାସୁଆର ନିଯୋଗର ସଭ୍ୟ ଓ ରୋଷ ସମ୍ପୃକ୍ତ କର୍ମଚାରୀଙ୍କ ପାଇଁ ଏହି ନିର୍ଦ୍ଦେଶନାମା ଲଗାଯାଇଛି । ନଚେତ ରୋଷ ଓ ନିଯୋଗରୁ କରାଯିବ ବାସନ୍ଦ । ସବୁଦିନ ପାଇଁ ନିଲମ୍ବିତ କରାଯିବ ବୋଲି ଚେତେଇ ଦେଇଛନ୍ତି ସୁଆର ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର ।ରୋଷ କାର୍ଯ୍ୟରେ ରନ୍ଧନ କିମ୍ବା ସାହାଯ୍ୟ କଲେ ସମ୍ପୃକ୍ତ ସୁପକାର ସଭ୍ୟଙ୍କୁ ବାସନ୍ଦ କରାଯିବ ।

ଏଭଳିକି ସେମାନଙ୍କ ପ୍ରାପ୍ୟ ବନ୍ଦ କରାଯିବା ସହ ରୋଷଘରକୁ ସଂପୂର୍ଣ୍ଣ ବାରଣ କରାଯିବ ବୋଲି କହିଛନ୍ତି ନିଯୋଗର ସମ୍ପାଦକ । ଯଦି କେହି ନିର୍ଦ୍ଦେଶନାମାର ଉଲ୍ଲଘଂନ କରନ୍ତି ତେବେ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ସହଯୋଗ ନିଆଯିବ ବୋଲି କହିଛନ୍ତି ନିଯୋଗର ସମ୍ପାଦକ ।

Leave a Reply

Your email address will not be published. Required fields are marked *