ନ୍ୟୁଜ ଡେକ୍ସ: ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ୧୦ ତାରିଖ ଦିନ ଭୁବନେଶ୍ୱରରେ ପହଞ୍ଚିବେ ଶାହ। ୨ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଭୁବନେଶ୍ୱର ରେ ପହଞ୍ଚି ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ ।
ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଏବଂ ସେଠାରେ ରାତ୍ରିଯାପନ କରିବେ । ପର ଦିନ ସମ୍ବଲପୁର ଯାଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପର ଶିଳାନ୍ୟାସ କରିବେ । ପରେ ଭୁବନେଶ୍ୱର ଆସି ଜନତା ମଇଦାନରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି ।
ଏହା ଭିତରେ ରାଜ୍ୟର କିଛି ନେତୃତ୍ୱଙ୍କ ସହ ଆଲୋଚନା କରି ପାରନ୍ତି ଶାହ । ଅମିତ ଶାହଙ୍କ ଗସ୍ତ ସଫଳ କରିବାକୁ ବିଜେପି କାର୍ଯ୍ୟାଳୟରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ବିଜେପି ସଭାପତି, ପ୍ରଭାରୀ, ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ବସି ଆଲୋଚନା କରିଛନ୍ତି ।
