Thu. Oct 23rd, 2025

ନ୍ୟୁଜ ଡେକ୍ସ: ଘନୋଉଛି ଭାରତ-ପାକ୍ ଯୁଦ୍ଧ। ଉତ୍ତେଜନାମୂଳକ ପରିସ୍ଥିତି ଭିତରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ରାଜ୍ୟରେ ସମସ୍ତ RDC ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ। ହେଡକ୍ଵାଟର୍ ନଛାଡ଼ିବାକୁ ନିର୍ଦ୍ଦେଶ। ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ।

ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ଚିଠି କରଯାଇଛି। ଜମ୍ମୁ କାଶ୍ମୀର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଛି । ଉଭୟ ଦେଶ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ଉପୁଜିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରିଛନ୍ତି । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଏନେଇ ଚିଠି ଲେଖି ଅବଗତ କରିଛନ୍ତି ।

ଯେଉଁମାନେ ଛୁଟିରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସାଂପ୍ରତିକ ପରିସ୍ଥିତିରେ ସେମାନଙ୍କୁ ଆଉ ଛୁଟି ଦିଆଯିବ ନାହିଁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଅତିରିକ୍ତ ସଚିବ । ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି କୌଣସି ସରକାରୀ ଅଫିସରଙ୍କୁ ହେଡକ୍ୱାର୍ଟର ଛାଡ଼ିବାକୁ ଅନୁମତି ଦିଆଯାଇପାରିବ ନାହିଁ କୁହାଯାଇଛି ।

Leave a Reply

Your email address will not be published. Required fields are marked *