ନ୍ୟୁଜ ଡେକ୍ସ: ଏଥର ସଅଳ ଆସିପାରେ ମୌସୁମୀ । ଜୁନ୍ ୧ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ୱାଭାବିକ ଭାବେ କେରଳ ଛୁଇଁଥାଏ ।
କିନ୍ତୁ ଏଥର ମେ ୨୭ ତାରିଖ ବେଳକୁ ମୌସୁମୀ କେରଳରେ ପହଞ୍ଚିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ତାଜା ଆକଳନ କରିଛି । ଯଦି ମୌସୁମୀ ୨୭ ମେ’ ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ପ୍ରଥମ ଥର ହେବ । କାରଣ ୨୦୦୯ରେ ମୌସୁମୀ କେରଳରେ ୨୩ ମେ’ ରେ ପହଞ୍ଚିଥିଲା।
ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ୍ ୧ରେ କେରଳରେ ପହଞ୍ଚିବା ପରେ ଜୁଲାଇ ୮ ପର୍ଯ୍ୟନ୍ତ ସାରା ଭାରତରେ ବର୍ଷା ହୋଇଯାଇଥାଏ। । ୧୭ ସେପ୍ଟେମ୍ବରରେ ମୌସୁମୀ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ହଟି ଯାଇଥାଏ । ଅକ୍ଟୋବର ୧୫ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ଫେରିଯାଇଥାଏ।
