Thu. Oct 23rd, 2025

ନ୍ୟୁଜ ଡେକ୍ସ: ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗଲା ୩ ଜୀବନ। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଚନ୍ଦ୍ରପଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ତିନି ଜଣ ଗୁରୁତର ଅଛନ୍ତି। ସମସ୍ତ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି।

ସୂଚନା ଅନୁସାରେ ନୟାଗଡ଼ର ଏକ ପରିବାର କାର୍ ଯୋଗେ ମାଲକାନଗିରି ଯାଉଥିଲେ। ଏହି ସମୟରେ ୩୨୬ନମ୍ବର ଜାତୀୟ ରାଜପଥ ଗୌଡ଼ଗୁଡା ଛକରେ କାରଟି ଭାରସାମ୍ୟ ରାସ୍ତାକଡ଼ରେ ଥିବା ଗଛରେ ପିଟି ହୋଇଯାଇଥିଲା।ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଜଣେ ଗୁରୁତରଙ୍କୁ କୋରାପୁଟ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିବା ବେଳେ ଆଉ ୨ଜଣ ଙ୍କୁ ବୈପାରୀଗୁଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାଗ୍ରସ୍ତ ଗାଡ଼ିରେ ୬ ଜଣ ଥିବା ଜଣାଯାଇଛି।

Leave a Reply

Your email address will not be published. Required fields are marked *