Sat. Feb 21st, 2026

ନ୍ୟୁଜ ଡେକ୍ସ: ରାଜ୍ୟର ୯ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, କୋରାପୁଟ, ରାୟଗଡ଼ା ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ । କିନ୍ତୁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ବୌଦ୍ଧରେ ଦିନ ତାପମାତ୍ରା ୪୦ ଡିଗ୍ରୀ ବା ଏହା ପାଖାପାଖି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, କୋରାପୁଟ, ରାୟଗଡ଼ା ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ। କାଳବୈଶାଖୀ ସମୟରେ ୫୦ ରୁ ୬୦ କିମି ବେଗରେ ପବନ ବହିବା ନେଇ ସମସ୍ତ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣି ଜାରି କରାଯାଇଛି । କିନ୍ତୁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ବୌଦ୍ଧରେ ଦିନ ତାପମାତ୍ରା ୪୦ ଡିଗ୍ରୀ ବା ଏହା ପାଖାପାଖି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୧ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଞ୍ଜାମ ଓ ଗଜପତିରେ ସ୍ୱଳ୍ପ ବର୍ଷା ହୋଇପାରେ । ୨୨ ଓ ୨୩ ତାରିଖରେ ଉପକୂଳ ଓଡ଼ିଶା ସମେତ ଅନ୍ୟ କିଛି ସ୍ଥାନରେ ହାଲୁକା ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave a Reply

Your email address will not be published. Required fields are marked *