Fri. Oct 24th, 2025

ନ୍ୟୁଜ ଡେକ୍ସ: ପଞ୍ଚାୟତ ଉପନିର୍ବାଚନ ପାଇଁ ଆସିଲା ତାରିଖ । ଆସନ୍ତା ଜୁନ୍ ୨୩ ତାରିଖରେ ହେବ ପଞ୍ଚାୟତ ନିର୍ବାଚନ । ୪୩ ସରପଞ୍ଚ ପଦ ପାଇଁ ଅନୁଷ୍ଠିତ ହେବ ଉପନିର୍ବାଚନ । ଏହାସହିତ ୨୭୨ଟି ଓ୍ୱାର୍ଡ ସଭ୍ୟ ପାଇଁ ବି ହେବ ଉପନିର୍ବାଚନ । ଏଥିପାଇଁ ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ ୱାର୍ଡରେ ଉପନିର୍ବାଚନ ପାଇଁ ନୋଟିସ୍ ଜାରି ହେବ ।

ଜୁନ୍ ୨୬, ୨୮,୨୯ , ୩୦ ଓ ୩୧ ତାରିଖ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ହେବ । ସରପଞ୍ଚ ପାଇଁ ବ୍ଲକ ଅଫିସ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ ପଞ୍ଚାୟତ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିବେ । ଜୁନ୍ ୨ରେ ନାମାଙ୍କନ ଯାଞ୍ଚ ହେବ ଓ ୪ରେ ପ୍ରତ୍ୟାହାର ହେବ । ଜୁନ୍ ୨ରେ ନାମାଙ୍କନପତ୍ର ଯାଞ୍ଚ ପରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ ।

ଆସନ୍ତା ଜୁନ୍ ୪ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ଏହାପରେ ପଞ୍ଚାୟତ ଅଫିସରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଜୁନ୍ ୨୩ ତାରିଖ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ । ୨୪ ତାରିଖ ସକାଳ ୮ରୁ ବ୍ଳକ ଅଫିସରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ ।

Leave a Reply

Your email address will not be published. Required fields are marked *