ନ୍ୟୁଜ ଡେକ୍ସ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ପାଟ୍ରୋଲିଂ କରୁଥିବାବେଳେ ଶିକାରୀ ଗୁଳିରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ମୃତ୍ୟୁ ଘଟଣା। ପ୍ରାଣହାନୀ ସମ୍ପର୍କରେ ଜାଣି ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ୩୦ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ପାଟ୍ରୋଲିଂ କରୁଥିବାବେଳେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ସେ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ତାଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ୩୦ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।ସୂଚନା ଅନୁଯାୟୀ, ଫରେଷ୍ଟ ଗାର୍ଡଙ୍କ ସହ ମୋଟ ୧୩ ଜଣ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀମାନେ ଗୁଳି ଚାଳନା କରିଥିଲେ।
ଏହି ସମୟରେ ଫରେଷ୍ଟ ଗାର୍ଡ ପ୍ରହ୍ଲାଦଙ୍କ ପେଟରେ ଏକ ଗୁଳି ବାଜିଥିଲା। ଫଳରେ ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
