Thu. Oct 23rd, 2025

ନ୍ୟୁଜ ଡେକ୍ସ: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଓଡ଼ିଶାର ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ମଙ୍ଗଳବାର ସମସ୍ତ ଜିଲ୍ଲାର କଲେକ୍ଟରମାନଙ୍କୁ ପ୍ରବଳ ବର୍ଷା ଏବଂ ବଜ୍ରପାତର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଝଡ଼ବର୍ଷା ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି SRC ସତର୍କ କରାଇଛନ୍ତି । ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ ରହିବାକୁ କହିଛନ୍ତି ।

କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ମୌସୁମୀ ନେଇ ପାଗ ଅନୁକୂଳ ରହିଛି । ଆସନ୍ତା ୨ରୁ ୩ ଦିନରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Leave a Reply

Your email address will not be published. Required fields are marked *