ନ୍ୟୁଜ ଡେକ୍ସ:ଦେଶର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ସଫଳତାକୁ ସମର୍ଥନ ଦେବା ସହ ଗ୍ରାମୀଣ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଶନ ଶକ୍ତି ବିଭାଗ ପକ୍ଷରୁ ଆଜି ‘ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ଆୟୋଜିତ ହେବ ।
ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱୟଂ ସହାୟକ ଗୋଷ୍ଠୀ ଆଧାରିତ ଆର୍ଥିକ କାର୍ଯ୍ୟକଳାପ ଜରିଆରେ ବାର୍ଷିକ ଏକ ଲକ୍ଷ ଟଙ୍କା ବା ତଦୁର୍ଦ୍ଧ୍ୱ ଆୟ କରିଥିବା ଲକ୍ଷପତି ଦିଦିମାନଙ୍କୁ ପ୍ରୋତ୍ସାହନ ଦେବା ସହ ସମ୍ମାନିତ କରିବେ ।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନେତୃତ୍ୱରେ ୩ କୋଟି ଲକ୍ଷପତି ଦିଦିଙ୍କୁ ସଶକ୍ତ କରିବା ଏବଂ ମହିଳା ନେତୃତ୍ୱାଧୀନ ବିକାଶକୁ ପ୍ରୋତ୍ସହନ ଦେବାରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଏହି ସମ୍ମିଳନୀ ସଶକ୍ତ କରିବ ।
ଜାତୀୟ ସଂହତି ଏବଂ ଜ୍ଞାନ ଆଦାନପ୍ରଦାନର ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ୨୫ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଲକ୍ଷପତି ଦିଦିଙ୍କ ସମେତ ସରକାରୀ ଅଧିକାରୀ, ଜାତିସଂଘ ପ୍ରତିଷ୍ଠାନ, ଜାତୀୟ ଗ୍ରାମୀଣ ଜୀବିକା ମିଶନ ଏବଂ ବିଭିନ୍ନ ରାଜ୍ୟ ଜୀବିକା ମିଶନର ଅଧିକାରୀମାନେ ମଧ୍ୟ ଅଂଶଗ୍ରହଣ କରିବେ ।
