ନ୍ୟୁଜ ଡେକ୍ସ: ରାଜ୍ୟ କ୍ୟାବିନେଟ ଶୁକ୍ରବାର ୪ ପ୍ରସ୍ତାବ ଉପରେ ମୋହର ମାରିଛି। ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ୫ଟି ପ୍ରସ୍ତାବ ଉପସ୍ଥାପିତ ହୋଇଥିବା ବେଳେ ୪ଟି ପ୍ରସ୍ତାବରେ ବାଜିଲା ମୋହର । ରାଜ୍ୟ କ୍ୟାବିନେଟନ୍ର ଗୁରତ୍ବପୂର୍ଣ୍ଣ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି ।
ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହି ଯୋଜନାର ଲକ୍ଷ୍ୟ ହେଉଛି ” ବିକଶିତ ଓଡ଼ିଶା @୨୦୩୬ ଲକ୍ଷ୍ୟ ” ସହିତ ସହରୀ ବିକାଶ ପାଇଁ ଏକ ସମନ୍ବିତ ଆଭିମୁଖ୍ୟ ସହିତ ସହରୀ ଭିଭିଭୂମିକୁ ସୁଦୃଢ଼ ଓ ରାଜସ୍ବ ଅଭିବୃଦ୍ଧି କରିବ। ଏହି ଯୋଜନା ଅଧୀନରେ ସହରୀ ଭିଭିଭୂମିର ବିକାଶ କରାଯିବ।ଯେପରିକି ସାଧାରଣ ଏବଂ ରାଜସ୍ବ ସୃଷ୍ଟିକାରୀ ଭିତ୍ତିଭୂମିର ବିକାଶ ଯେପରିକି, କଲ୍ୟାଣ ମଣ୍ଡପ/ ବହୁମୁଖୀ ସଭା ଗୃହ, ଟାଉନ୍ ହଲ୍, ଶ୍ମଶାନ, ଗୋଷ୍ଠୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ରାସ୍ତା, ଡ୍ରେନ, ପାର୍କ, ବହୁବ୍ୟବହାର୍ଯ୍ୟ ବାଣିଜ୍ୟିକ କମ୍ପ୍ଲେକ୍ସ, Vending Zone, କ୍ଷୁଦ୍ର ଶୀତଳ ଭଣ୍ଡାର, ବୈଦ୍ୟୁତିକ ମୋଟରଯାନ ଚାଲିଂ ଷ୍ଟେସନ୍, ପାକିଂ ସ୍ଥାନ, ଉପଯୁକ୍ତ ସ୍ଥାନଗୁଡ଼ିକରେ କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀର ନିର୍ମାଣ କରାଯିବ। ଏଥିସହ ଛୋଟପାର୍କ, ମୁକ୍ତାକାଶ ବ୍ୟାୟାମଶାଳା, ଶିଶୁ କ୍ରୀଡ଼ା ଉଦ୍ୟାନ, ଚାଲିବା ରାସ୍ତା, ଖେଳପଡ଼ିଆ, ଖୋଲା ସ୍ଥାନର ବିକାଶ, ବନୀକରଣ ପ୍ରକଳ୍ପ, ଭୋଗମଣ୍ଡପ, ଭାଗବତ ଟୁଙ୍ଗି ଏବଂ ସାଂସ୍କୃତିକ କେନ୍ଦ୍ର ପରି ଧାର୍ମିକ ସ୍ଥାନର ବିକାଶ ଏବଂ ବର୍ଷା ଜଳ ଅମଳ ସଂରଚନା ପ୍ରକଳ୍ପ , ନଦୀକୁଳ ଏବଂ ଜଳାଶୟ ଗୁଡିକର ନବୀକରଣ ଏବଂ ବିକାଶ କରାଯିବ ।
କାଞ୍ଜିଆ ବୁଦା/ ଗୋଶାଳା ଏବଂ ପ୍ରାଣୀଯତ୍ନ କେନ୍ଦ୍ରର ମଧ୍ୟ ବିକାଶ ହେବ । ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଆସନ୍ତା ପାଞ୍ଚ ବର୍ଷ ଅର୍ଥାତ୍ ୨୦୨୫-୨୬ ରୁ ୨୦୨୯ -୩୦ ଆର୍ଥିକ ବର୍ଷ ମଧ୍ୟରେ ସର୍ବମୋଟ ୬୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାର ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଛି । ଚଳିତ ଆର୍ଥିକ ବର୍ଷ, ୨୦୨୫-୨୬ ରେ ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ୧୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।
