Sat. Feb 21st, 2026

ନ୍ୟୁଜ ଡେକ୍ସ: ଆସନ୍ତା ତିନିଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିଯିବ । ୯ ତାରିଖରେ ତାତି ୪୪ ଡିଗ୍ରୀ ଛୁଇଁପାରେ । ଆଗକୁ ଭୀଷଣ ଗ୍ରୀଷ୍ମପ୍ରବାହ ସହିତ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୁନ୍ଦରଗଡ଼, ଦେବଗଡ଼, ନୟାଗଡ଼, ସୋନପୁର ଆଦି ଜିଲ୍ଲାରେ ଆଜି ୪୨ ଡିଗ୍ରି ପାରଦ ପହଞ୍ଚିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳବର୍ତ୍ତି ଜିଲ୍ଲାଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଅନ୍ୟପଟେ ଆଜି ଦକ୍ଷିଣ ଓଡିଶାର ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଘଡଘଡି ଓ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୯ ତାରିଖରେ ରାୟଗଡା, ମାଲକାନଗିରି ଓ କୋରାପୁଟରେ ଘଡଘଡି ସହ ବର୍ଷା ଓ ପବନ ବହିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *