ନ୍ୟୁଜ ଡେକ୍ସ: ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ୪୫ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ପର୍ଯ୍ୟନ୍ତ ରାଜ୍ୟରେ ୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏବେ ଆଉ ୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ରହିଛି ।
ବର୍ତ୍ତମାନ ସୁଦ୍ଧା ୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି । ଏନେଇ ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ଅନ୍ୟପଟେ କଟକ ଜିଲ୍ଲାରେ ମାସକ ଭିତରେ ୨୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ୨୨ ଜଣଙ୍କ ମଧ୍ୟରୁ ଏବେ ୫ ଜଣ ବିଭିନ୍ନ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସମସ୍ତ ୨୨ ଆକ୍ରାନ୍ତ ଘରୋଇ ହସ୍ପିଟାଲରୁ ହିଁ ଚିହ୍ନଟ ହୋଇଥିବା କଟକ ସିଡ଼ିଏମ୍ଓ ପ୍ରଶାନ୍ତ ହୋତା ସୂଚନା ଦେଇଛନ୍ତି ।
ସେପଟେ ଦେଶରେ ବି ଉପରମୁହାଁ କରୋନା ସଂକ୍ରମଣଙ୍କ ସଂଖ୍ୟା । କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ମୁହାଁ ହୋଇଛି । ସକ୍ରିୟ ସଂକ୍ରମଣ ମାମଲା ୫ ହଜାର ୭୫୫ ରେ ପହଞ୍ଚିଛି । ଏଥିମଧ୍ୟରୁ କେରଳରେ ସର୍ବାଧିକ ୧୮୦୬ ଟି ମାମଲା ଚିହ୍ନଟ ହୋଇଥିବା ବେଳେ ଗୁଜରାଟରେ ୭୧୭, ଦିଲ୍ଲୀରେ ୬୬୫ ଏବଂ ମହାରାଷ୍ଟ୍ରରେ ସକ୍ରିୟ ମାମଲା ୫୭୭ ରହିଛି ।
