Sat. Feb 21st, 2026

ନ୍ୟୁଜ ଡେକ୍ସ:ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖିବାକୁ ମିଳିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ତେବେ ଯଦି ଆମେ ଦେଖିବା କଟକ ଜିଲ୍ଲାର ବାଙ୍କୀଠାରେ ସର୍ବାଧିକ ୧୬୫ ମିଲିମିଟର ବର୍ଷା ରେକର୍ଡ ହୋଇଯାଇଛି । ଏଥିସହିତ ରାଜ୍ୟରେ ମୌସୁମୀ ପୁଣି ଥରେ ସକ୍ରିୟ ହୋଇଯାଇଥିବା ବେଳେ ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଟ୍ରଫ୍‌ଲାଇନ୍‌ ବରଗଡ଼ ଜିଲ୍ଲା ହୋଇ ଚାନ୍ଦବାଲି ପର୍ଯ୍ୟନ୍ତ ଗତି କରୁଛି ।

ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଯାହାଫଳରେ ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ସଂସ୍ଥା। ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଏବଂ ବାଲେଶ୍ୱର ଭଳି ଜିଲ୍ଲାରେ ମଙ୍ଗଳବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

କିଛି ଅଞ୍ଚଳରେ ପବନର ବେଗ ମଧ୍ୟ ୩୦ରୁ ୪୦ କିଲୋମିଟର ମଧ୍ୟରେ ହୋଇପାରେ।ଏଥିପାଇଁ ଆଇଏମଡି ଦୁର୍ବଳ ଅଞ୍ଚଳର ଲୋକମାନଙ୍କୁ ସତର୍କ ରହିବାକୁ ଏବଂ ତଳିଆ କିମ୍ବା ଜଳବନ୍ଦୀ ଅଞ୍ଚଳକୁ ଏଡାଇବାକୁ ପରାମର୍ଶ ଦେଇଛି। ଜୁନ୍ ୧୯ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା ରହିଛି। ତେବେ ବିଚ୍ଛିନ୍ନାଞ୍ଚଳରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *