Thu. Oct 23rd, 2025

ନ୍ୟୁଜ ଡେକ୍ସ: ଆସନ୍ତା ୨୦ ତାରିଖ ଦିନ ଭୁବନେଶ୍ବରରେ ସରକାରୀ ଅଫିସ୍ ଅଧା ଦିନ ଛୁଟି ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ସହରରେ ଭିଡ଼ ଓ ଟ୍ରାଫିକ୍ ନିୟନ୍ତ୍ରଣ ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

ଭୁବନେଶ୍ବରରେ ତ୍ରିରଙ୍ଗା ଯାତ୍ରା ସହ ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ । ସେହିପରି ରାଜସ୍ବ ଓ ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଛୁଟି ରହିବ। ଅତ୍ୟଧିକ ଭିଡ଼ ଓ ଟ୍ରାଫିକ୍‌ ସମସ୍ୟା ଆଶଙ୍କାରେ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ମୋଦିଙ୍କ ରୋଡ୍‌ ସୋ’ ରୁଟ୍‌ ଓ ଜନତା ମଇଦାନ ସମାରୋହ ସ୍ଥଳରେ ପ୍ରାୟ ୧୩୩ ପ୍ଲାଟୁନ୍‌ ପୋଲିସ ଫୋର୍ସ ଜଗିବେ। ଆଜି ପ୍ରଧାନମନ୍ତ୍ରୀଙ୍କ କାରକେଡ୍‌ ରିହର୍ସାଲ କରାଯିବ। ୨୦ ତାରିଖ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୬ଟା ଯାଏ ପ୍ରାୟ ୩ ଘଣ୍ଟା ବିମାନବନ୍ଦରରୁ ଏଜି ଛକ, ରାଜଭବନ ଗୋଲେଇ, ଜୟଦେବ ବିହାର ଓ ଜାଭିୟର ଛକ ରାସ୍ତା ବନ୍ଦ ରହିବ।

Leave a Reply

Your email address will not be published. Required fields are marked *