Thu. Apr 16th, 2026

ନ୍ୟୁଜ ଡେକ୍ସ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା। ବିଷ୍ଣୁପଦ ସେଠୀଙ୍କ ଘରେ ଚଢାଉ ମଧ୍ୟ ହୋଇଥିଲା। ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାକୁ ରଦ୍ଦ ପାଇଁ ବିଷ୍ଣୁପଦ ସେଠୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ହାଇକୋର୍ଟ ଆଜି ଏହି ମାମଲାରେ ରାୟ ପ୍ରକାଶ କରି ତାଙ୍କ ଆବେଦନକୁ ଖାରଜ କରି ଦେଇଛନ୍ତି।

ସୂଚନା ଥାଉକି, ଏକ ବିଲ୍‌ ପାସ୍‌ ପାଇଁ ୧୦ ଲକ୍ଷ ଲାଞ୍ଚ କାରବାର ଅଭିଯୋଗରେ ବ୍ରିଜ୍‌ ଆଣ୍ଡ୍‌ ରୁଫ୍‌ କର୍ପୋରେସନ୍‌ ଲିମିଟେଡ୍‌ର ଜେନେରାଲ ମ୍ୟାନେଜର୍‌ ଚଞ୍ଚଳ ମୁଖାର୍ଜୀ, ସନ୍ତୋଷ ମହାରଣା ଏବଂ ଅନ୍ୟମାନଙ୍କ ନାମରେ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି। ଏହି ଲିଙ୍କ୍‌ରେ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ାଉ କରାଯିବା ସହ ବିଭିନ୍ନ ରେକର୍ଡ ପତ୍ର ଯାଞ୍ଚ୍‌ କରାଯାଇଥିଲା।

ବିଷ୍ଣୁପଦ ସେଠୀ ଏବଂ ତାଙ୍କ ପତ୍ନୀଙ୍କ ନାମରେ ଥିବା ଆକାଉଣ୍ଟକୁ ଅଚଳ କରି ଦିଆଯାଇଥିଲା। ସିବିଆଇ ରେଡ୍‌କୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ପ୍ରାରମ୍ଭିକ ଶୁଣାଣିରେ ହାଇକୋର୍ଟ କାର୍ଯ୍ୟାନୁଷ୍ଠାନ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ଏବେ ଅନ୍ତରୀଣ ଅଙ୍କୁଶ ହଟାଇ ଦିଆଯାଇଥିବାରୁ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ ବଢିଛି। ସେ ଗିରଫ ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *