Sat. Feb 21st, 2026

ନ୍ୟୁଜ ଡେକ୍ସ: ସ୍କୁଲ ପିଲାଙ୍କୁ ମିଳିବ ମାଗଣା ଡ୍ରେସ୍। ଏକାଥରେ ମିଳିବ ୨ ହଳ ଡ୍ରେସ। ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦୁଇ ହଳ ଲେଖାଏଁ ପୋଷାକ ମିଳିବ । ପିଏମ ଶ୍ରୀ, ସମଗ୍ର ଶିକ୍ଷା, ଗଙ୍ଗାଧର ମେହେର ଶିକ୍ଷା ମାନଙ୍କ ବୃଦ୍ଧି ଯୋଜନାରେ ବଣ୍ଟନ କରାଯିବ ।

ଯୋଜନାରେ ଜଣକ ପିଛା ୫୦୦ ଟଙ୍କା ମୂଲ୍ୟରେ ୨ ହଳ ବିଦ୍ୟାଳୟ ପୋଷାକ ବଣ୍ଟନ କରାଯିବ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମାର୍ଗଦର୍ଶିକା ଅନୁସାରେ, ପୂର୍ବବର୍ଷ ପରି ଚଳିତ ବର୍ଷ ସମସ୍ତ ଛାତ୍ରଙ୍କୁ ଦୁଇହଳ ନିର୍ଦିଷ୍ଟ ପ୍ୟାଣ୍ଟ ଓ ଧଳା ସାର୍ଟ ଏବଂ ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଦୁଇହଳ ଫ୍ରକ୍ (ଝାଲେରୀ ସହିତ) ଏବଂ ଷଷ୍ଠରୁ ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଙ୍କୁ ଦୁଇ ହଳ ସାଲୱାର କମିଜ ଓ ଓଢ଼ଣୀ ଦିଆଯିବ । ପୋଷାକର ରଙ୍ଗ ଓ ଗୁଣବତ୍ତା ଉପରେ ଧ୍ୟାନ ଦିଆଯିବ । ହେଲେ ଛାତ୍ରଛାତ୍ରୀଙ୍କ ସ୍କୁଲ ଡ୍ରେସର ରଙ୍ଗ ବଦଳିବନି। ପୂର୍ବରୁ ଯେଉଁ ଡ୍ରେସ ପିନ୍ଧୁଥିଲେ ସେହି ରଙ୍ଗର ଡ୍ରେସ ମିଳିବ। ଛାତ୍ରମାନଙ୍କୁ ନୀଳ ରଙ୍ଗର ପ୍ୟାଣ୍ଟ ଓ ଧଳା ସାର୍ଟ ମିଳିବ।

ଏହାସହ ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଦୁଇ ହଳ ଫ୍ରକ୍ ଓ ଷଷ୍ଠରୁ ଅଷ୍ଟମ ଛାତ୍ରୀଙ୍କୁ ଦୁଇ ହଳ ସାଲୱାର କମିଜ ଓ ଓଢଣୀ ଦିଆଯିବ। ଦ୍ୟାଳୟକୁ ଏଥିପାଇଁ ଅର୍ଥ ପ୍ରଦାନ କରାଯି ବ। ଟେଲରିଂ ୟୁନିଟ୍ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଠାରୁ ପୋଷାକ କିଣାଯାଇ ବିଦ୍ୟାଳୟରେ ପ୍ରଦାନ କରାଯିବ । ବିଦ୍ୟାଳୟ ପ୍ରଧାନ ଶିକ୍ଷକ ତାଙ୍କ ପାଖରେ ଗୋଟିଏ ହଳ ପୋଷାକ ନମୁନା ଭାବେ ରଖିବେ। ପ୍ରଧାନ ଶିକ୍ଷକ ମାର୍ଗଦର୍ଶିକା ଅନୁସାରେ ସମସ୍ତ ପିଲା ଉତ୍ତମ ମାନର ପୋଷାକ ପାଇଛନ୍ତି ବୋଲି ପ୍ରମାଣପତ୍ର ଦେବେ ।

Leave a Reply

Your email address will not be published. Required fields are marked *