ନ୍ୟୁଜ ଡେକ୍ସ: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ୬ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି। ୩ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜର କିଛି ସ୍ଥାନରେ ମଧ୍ୟମ ଧରଣର ଝଡ଼ବର୍ଷା ଏବଂ ବଜ୍ରପାତ ହୋଇପାରେ। ଏଥିସହିତ ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ।
ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ଆଗାମୀ 24 ଘଣ୍ଟା ମଧ୍ଯରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ରାୟଗଡା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଦ୍ରପାତ ସହ ପ୍ରବଳ ବର୍ଷା ଓ ଝଟକାପବନର ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ଝଟକାପବନର ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଯାହାକୁ ନେଇ ଏ ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କାଲିଠୁ ବର୍ଷା ବଢ଼ିବା ସହ ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଝଟକାପବନର ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
