Thu. Oct 23rd, 2025

ନ୍ୟୁଜ ଡେକ୍ସ: ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ହେବା ଆଶଙ୍କା କରାଯାଉଛି। ଜଗନ୍ନାଥ ବୁଧବାର ବିଜେପି ରାଜ୍ୟ ମୁଖ୍ୟାଳୟରେ ପହଞ୍ଚି ପାର୍ଟିର ଶୃଙ୍ଖଳା କମିଟି ଆଗରେ ହାଜର ହୋଇ ନିଜର ପକ୍ଷ ରଖୁଛନ୍ତି।

ଏହି ସମୟରେ ପାର୍ଟି ମୁଖ୍ୟାଳୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତା ଉପସ୍ଥିତ ଅଛନ୍ତି। ଆକ୍ରମଣ ବ୍ୟକ୍ତି ଉପରେ ନୁହେଁ, ସାଧାରଣ ସେବା ବ୍ୟବସ୍ଥା ଉପରେ ହୋଇଥିବା ଦାବିପାତ୍ରରେ ଲେଖିଲେ। ଫିଲ୍ଡରେ କାର୍ଯ୍ୟରତ ଅଫିସରଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଦେବାକୁ ଦାବି ହୋଇଛି। ଦାବି ପୂରଣ ନହେବା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ OAS ଅଫିସର ଛୁଟିରେ ରହିବେ। ମାଷ୍ଟରମାଇଣ୍ଡ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ କରାଯାଉ। ଏଥିସହ କ୍ଷେତ୍ରସ୍ତରୀୟ କାର୍ଯ୍ୟନିର୍ବାହୀ ଅଧିକାରୀ ତହସିଲଦାର, ଉପଜିଲ୍ଲାପାଳ, ବିଡିଓ ଓ ଇଓଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇ ଦିଆଯାଉ।

ଅତିରିକ୍ତ କମିଶନରଙ୍କୁ ନିସ୍ତୁକ ମାଡ଼ ମରା ଘଟଣାକୁ ସରକାର ସାର୍ବଜନୀନ ଭାବେ ନିନ୍ଦା କରନ୍ତୁ। ସରକାରୀ ଅଧିକାରୀଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇ ଦେବା ପାଇଁ ସରକାର ନିଜର ପ୍ରତିବଦ୍ଧତା ସୁନଶ୍ଚିତ କରନ୍ତୁ ବୋଲି ଦାବି କରିଛି ଓଏଏସ ସଂଘ। ସୂଚନା ଥାଉକି ଓଏଏସ୍‌ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ସହ ଅଧିକାରୀମାନେ ସମୂହ ଛୁଟିରେ ଯାଇଛନ୍ତି। ଫଳରେ ରାଜ୍ୟରେ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ଅନିର୍ଦ୍ଦିଷ୍ଟ କାଳ ଯାଏଁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଥିବାରୁ ଲୋକମାନେ କାର୍ଯ୍ୟ ନକରିପାରି ନିରାଶ ହୋଇ ଫେରୁଛନ୍ତି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଜରୁରୀକାଳୀନ ବୈଠକ ଡକାଇଛନ୍ତି।

ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ ଶିଳ୍ପ ମନ୍ତ୍ରୀ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ସହ ପରିବହନ ମନ୍ତ୍ରୀ ବିଭୂତି ଜେନା ମଧ୍ୟ ଉପସ୍ଥିତ ଅଛନ୍ତି। ଅନ୍ୟପଟେ ମାଡ଼ ମରା ଘଟଣାକୁ ନେଇ ମେୟରଙ୍କୁ ଟାର୍ଗେଟ୍ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ। କହିଲେ, ସୁରକ୍ଷା କର୍ମୀଙ୍କୁ ଲଗାଇ ସୁଟ୍ କରାଇଥିଲେ ଭିଡିଓ। ରୋକିବାକୁ ପ୍ରୟାସ କରି ନଥିଲେ ମେୟର। ସେପଟେ ସୁଲୋଚନା କହିଲେ, ମାଷ୍ଟରମାଇଣ୍ଡକୁ ଧରାଯାଉ।

Leave a Reply

Your email address will not be published. Required fields are marked *