Thu. Oct 23rd, 2025

ନ୍ୟୁଜ ଡେକ୍ସ: ନବୀନ ପଟ୍ଟନାୟକଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ସେ ଆଜି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏନେଇ ସୂଚନା ଦେଲେ ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଡିସଚାର୍ଜ ହେଲେ ନବୀନ- ସୂଚନା ଅନୁସାରେ, ମୁମ୍ବାଇର କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେଲେ ନବୀନ ପଟ୍ଟନାୟକ ।

ସୂଚନାଯୋଗ୍ୟ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ଚିକିତ୍ସା ପାଇଁ ଜୁନ୍ ୨୦ ତାରିଖରେ ମୁମ୍ବାଇ ଯାଇଥିଲେ । ସେଠାରେ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ଜୁନ୍‌ ୨୨ ତାରିଖରୁ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା ।ମୁମ୍ବାଇ ଯିବା ପୂର୍ବରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ କରି ନବୀନ ପଟ୍ଟନାୟକ କହିଥିଲେ, ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ମୋର ଚିକିତ୍ସା ହେବ ।

ମୁମ୍ବାଇ ସ୍ଥିତ କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଏହି ଚିକିତ୍ସା ହେବ । ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ ।‌ ଏଥି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମାଗୁଛି । ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ଚାହୁଁଛି । ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି । ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି ।

Leave a Reply

Your email address will not be published. Required fields are marked *