ନ୍ୟୁଜ ଡେକ୍ସ : ବାଲେଶ୍ୱର ଫକୀର ମୋହନ କଲେଜରେ ଅଘଟଣ। ଦେହରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ। ଗୁରୁତର ଛାତ୍ରୀଙ୍କୁ ପ୍ରଥମେ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ବାଲେଶ୍ୱରରୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ହେଲେ ଛାତ୍ରୀ ଜଣଙ୍କ କଲେଜ ପରିସରରେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଘଟଣା ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କରାଯାଉଛି।
ଗୁରୁତର ଛାତ୍ରୀଙ୍କୁ ଛାତ୍ରଛାତ୍ରୀ ଓ କଲେଜ କର୍ମଚାରୀ ଉଦ୍ଧାର କରି ପ୍ରଥମେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପରେ ତାଙ୍କର ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିବାର ସୂଚନା ମିଳିଛି ।ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଆଉ ଦୁଇ ଜଣ ଛାତ୍ରୀ ମଧ୍ୟ ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ବର ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ, କିଛି ଦିନ ହେବ ଛାତ୍ରୀ ଜଣଙ୍କୁ କଲେଜରେ ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରିଆସୁଥିଲେ ।
ଏହାକୁ ବିରୋଧ କରିବା ସହ କଲେଜ ଅଧ୍ୟକ୍ଷଙ୍କୁ ମଧ୍ୟ ଜଣାଇଥିଲେ । କିନ୍ତୁ ଅଧ୍ୟାପକଙ୍କ ବିରୋଧରେ କିଛି ପଦକ୍ଷେପ ନିଆଯାଇନଥିଲା । ଯାହାକୁ ନେଇ ସେ ଚାପଗ୍ରସ୍ତ ରହୁଥିଲେ । ଆଉ ଆଜି ଛାତ୍ରୀଙ୍କ ପାଇଁ ସ୍ଥିତି ଅସହ୍ୟ ହେବାରୁ ନିଜ ଦେହରେ ପେଟ୍ରୋଲ ଢାଳି ସେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ।
