ନ୍ୟୁଜ ଡେକ୍ସ : ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବରରେ ପ୍ରବଳ ବର୍ଷିବ । ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ବି ଆଲର୍ଟ ।
ଆସନ୍ତା ୧୬ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ବିପଦ ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଅନ୍ୟପଟେ, ଜୁଲାଇ ୧୪ ଅର୍ଥାତ୍ ଆସନ୍ତାକାଲି ପାଇଁ ୨୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ରହିଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ।
