Thu. Oct 23rd, 2025

ନ୍ୟୁଜ ଡେକ୍ସ : ହୀରାକୁଦ ଜଳ ଭଣ୍ଡାରରେ ଖୋଲିବ ଆଉ ୨ଟି ଗେଟ୍ । ମୋଟ ୪ଟି ଫାଟକ ଦେଇ ବନ୍ୟା ଜଳ ନିଷ୍କାଷନ ହେବ । ବର୍ତ୍ତମାନ ୨ଟି ଗେଟ୍ ଖୋଲା ଅଛି, ଯେଉଁଥିରୁ ବନ୍ୟା ଜଳ ବାହାର କରାଯାଉଛି ।

ସୂଚନା ଅନୁସାରେ, ଅଧିକ ପରିମାଣର ବନ୍ୟାଜଳ ପ୍ରବେଶ ଯୋଗୁ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଇ ଅପରାହ୍ନ ସାଢ଼େ ୩ଟାର ସୂଚନା ଅନୁସାରେ ୬୧୦. ୪୭ ଫୁଟରେ ପହଞ୍ଚିଛି । ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୧ ଲକ୍ଷ ୪୦ ହାଜର ୫୧୦ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ମୋଟ୍‌ ୯୯ ହଜାର ୧୯୦ ଘନଫୁଟ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି ।

ମହାନଦୀକୁ ପ୍ରତି ସେକେଣ୍ଡରେ ହାରାହାରି ୫୯ ହଜାର ୬୦୮ ଘନଫୁଟ, ଶକ୍ତି ଉତ୍ପାଦନ ପାଇଁ ପାଓ୍ବାର ଚ୍ୟାନେଲରେ ୩୪,୫୫୪ ଘନଫୁଟ, ଶିଳ୍ପସଂସ୍ଥା ପାଇଁ ୨୩୪ ଘନଫୁଟ ଏବଂ ଜଳସେଚନ ପାଇଁ ବରଗଡ଼ କେନାଲରେ ୩୨୦୪, ଶାସନ କେନାଲରେ ୫୦୨ ଓ ସମ୍ବଲପୁର କେନାଲରେ ୮୮ ଘନଫୁଟ ଜଳ ମିଶି ମୋଟ୍‌ ୩୭୯୪ ଘନଫୁଟ ଜଳ ନିଷ୍କାସନ କରାଯାଉଛି ।

Leave a Reply

Your email address will not be published. Required fields are marked *