Sat. Feb 21st, 2026

ନ୍ୟୁଜ ଡେକ୍ସ : ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳର ନାବାଳିକାଙ୍କୁ ପେଟ୍ରୋଲ ଢାଳି ଜାଳିଦେବା ଘଟଣା। ଦୁଃଖ ପ୍ରକାଶ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହାତ। ପୀଡ଼ିତାଙ୍କୁ ଭୁବନେଶ୍ଵର ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଉଛି।

ଏମ୍ସରେ ନାବାଳିକାର ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା। ତେବେ ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ଉପମୁଖ୍ୟମନ୍ତ୍ରୀ। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ସୂଚନାନୁଯାୟୀ, ଶନିବାର ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସାଙ୍ଗ ଘରକୁ ବହି ଆଣିବାକୁ ଯାଉଥିବା ବେଳେ ଜଣେ ନାବାଳିକାଙ୍କୁ ୩ ଜଣ ଦୁର୍ବୃତ୍ତ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ।

ନାବାଳିକା ଜଣଙ୍କ ଦୁର୍ବୃତ୍ତଙ୍କ କବଳରୁ ଖସି ଆସି ତେରହଳ ଗାଁ ମୁଣ୍ଡରେ ଥିବା ଜଣଙ୍କ ଘରେ ପଶିଯାଇ ଜୀବନ ରକ୍ଷା କରିଥିଲେ। ନାବାଳିକାଙ୍କ ଗୋଡ଼ ହାତ ସହ ଶରୀର ପୋଡ଼ି ଯାଇଛି। ତାଙ୍କୁ ପ୍ରଥମେ ପିପିଲି ପରେ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ବାଲେଶ୍ଵର ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା ଥମି ନଥିବା ବେଳେ ଏହି ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

Leave a Reply

Your email address will not be published. Required fields are marked *