Sat. Feb 21st, 2026

ନ୍ୟୁଜ ଡେକ୍ସ : ଆଜି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ। ଚିତା ଲାଗି ନୀତି କାରଣରୁ ବନ୍ଦ ରହିବ ସାଧାରଣ ଦର୍ଶନ । ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ । ଆଜି ମହାପ୍ରଭୁଙ୍କ ମସ୍ତକରେ ଲାଗି ହେବ ସୁବର୍ଣ୍ଣ ଚିତା। ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି।

ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଦଇତାପତି ଓ ଅନ୍ୟାନ୍ୟ ଦଇତାପତି ସେବକ ମାନେ ମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ। ଶ୍ରୀଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ।ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ।

ସ୍ନାନ ପୂର୍ଣ୍ଣିମା ଦିନ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ୱର ରୋଗରେ ପୀଡିତ ହୋଇ ଅଣସର ଘରେ ଥିଲେ। ସେହି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଏହି ଚିତା ଗୁଡିକୁ କାଢ଼ି ନିଆ ଯାଇଥିଲା। ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା।

Leave a Reply

Your email address will not be published. Required fields are marked *