Thu. Oct 23rd, 2025

ନ୍ୟୁଜ ଡେକ୍ସ : ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି। କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ ଏହା ଲାଗୁ ହେବ। ଏନେଇ ୧୭/୦୧/୨୦୨୫ରେ ବିଜ୍ଞପ୍ତି ସରକାର ପ୍ରକାଶ କରିଥିଲେ।

କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ ଏହି ନିୟମ ଲାଗୁ ହେବ। ଏନେଇ ୧୭/୦୧/୨୦୨୫ରେ ବିଜ୍ଞପ୍ତି ସରକାର ପ୍ରକାଶ କରିଥିଲେ । ୨୦୧୮ ଠାରୁ ଏସଆଇ ନିଯୁକ୍ତି ବନ୍ଦ ଥିବାରୁ ବୟସ କୋହଳ ପିଟିସନ କରାଯାଇଥିଲା ।ସୂଚନାନୁସାରେ, ଓଡିଶା ପୋଲିସ ରିକ୍ରୁଟ୍‌ମେଣ୍ଟ ବୋର୍ଡ ୧୭/୦୧/୨୦୨୫ରେ ବିଭିନ୍ନ ବିଭାଗରୁ ୯୩୩ ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଥିଲେ ।

ଏହି ପଦବୀ ମଧ୍ୟରୁ ୬୦୯ ପୋଷ୍ଟ ସବ ଇନିସପେକ୍ଟର , ୨୫୩ ଆର୍ମ ସବ ଇନିସ୍ପେକ୍ଟର ପୋଲିସ , ୪୭ ଫାୟାର ଷ୍ଟେସନ ସବ ଇନିସପେକ୍ଟର ଓ ୨୪ ଟି ପୋଷ୍ଟ ଆସିଷ୍ଟାଣ୍ଟ ଜେଲର ସବ ଇନିସପେକ୍ଟର ପଦବୀ ରହିଥିଲା । କିନ୍ତୁ ୨୦୧୮ ବିଜ୍ଞପ୍ତି ଅନୁଯାୟୀ ବୟସ ସୀମା ସମାନ ଥିବାରୁ ଅନେକ ଆଶାୟୀମାନେ ହାଇକୋର୍ଟରେ ଏହି ବିଜ୍ଞପ୍ତିକୁ ନେଇ ବୟସ କୋହଳ କରିବା ପାଇଁ ମାମଲା ରୁଜୁ କରିଥିଲେ ।

Leave a Reply

Your email address will not be published. Required fields are marked *