ନ୍ୟୁଜ ଡେକ୍ସ : ଅବପାତର ରୂପ ନେଲା ଲଘୁଚାପ। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଏହା ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ କେନ୍ଦୁଝର ଓ ମୟୂରଭଞ୍ଜରେ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୨ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।
ସେହିପରି ୧୦ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଆଜି ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ବନ୍ଦ। ସବୁ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଦିନକ ପାଇଁ ଛୁଟି ଘୋଷଣା କରାଯାଇଛି । ମୟୂରଭଞ୍ଜ ଜିଲ୍ଲା ପାଇଁ ଆଜି ରେଡ୍ ୱାର୍ଣ୍ଣିଂ ଥିବାରୁ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ ।ଅନ୍ୟପଟେ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଆଜି ଆହୁରି ଘନୀଭୂତ ହୋଇ ଗୋଟିଏ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବ ଲଘୁଚାପ ।
ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି ।ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଆଜି ପାଇଁ କେନ୍ଦୁଝର, ମୟୂରଭଞ୍ଜକୁ ରେଡ଼ ଆଲର୍ଟ ଜାରି ହୋଇଛି । ୨୮ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
