Thu. Oct 23rd, 2025

ନ୍ୟୁଜ ଡେକ୍ସ : ରାଜଧାନୀ ଭୁବନେଶ୍ୱରରେ ବଲିଉଡର ଧକ୍ଧକ୍ ଗାର୍ଲ ମାଧୁରୀ ଦୀକ୍ଷିତ । ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ନେଇ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମାଧୁରୀ ।ଓଡ଼ିଶାରେ EKTA ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି ରାଜ୍ୟ ସରକାର । ଆଜି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟପାଳ ଓ ସ୍ୱତନ୍ତ୍ର ଅତିଥି ଭାବେ ମାଧୁରୀ ଯୋଗ ଦେଇଛନ୍ତି ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ଥିଲେ। ମାଧୁରୀ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍‌ ଆମ୍ବାସଡର ରହିଛନ୍ତି। ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶା ହସ୍ତତନ୍ତର କଥା କହିଲେ ମାଧୁରୀ ଦୀକ୍ଷିତ । ବୋମକାଇ ଓ ସମ୍ବଲପୁରୀ ଏହା କେବଳ ବୟନ ଓ ହସ୍ତତନ୍ତ ନୁହଁ ଇକତା ବୋଲି କହିଥିଲେ ମାଧୁରୀ ।

ଏହା ଓଡ଼ିଆଙ୍କ ସୃଜନଶୀଳତା ଏବଂ କଳା ଏବଂ ଅସ୍ମିତାର ବନ୍ଧନର ଜୀବନ୍ତ ପ୍ରମାଣ।ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ମେଳା ଚାଲିବ। ବାହାର ରାଜ୍ୟର ବୁଣାକାରମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ବୁଣାକାର ମେଳାରେ ସେମାନଙ୍କ ଷ୍ଟଲ୍‌ ଖୋଲିଛନ୍ତି।

Leave a Reply

Your email address will not be published. Required fields are marked *