Thu. Oct 23rd, 2025

ନ୍ୟୁଜ ଡେକ୍ସ : ଖାତାକୁ ଆସିଲା ସୁଭଦ୍ରା ତୃତୀୟ କିସ୍ତି । ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ୱ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଟଙ୍କା ବାଣ୍ଟିଛନ୍ତି ।ପରେ ସମସ୍ତ ଆକାଉଣ୍ଟକୁ ଟଙ୍କା ଯିବ ।

ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ । ସେ କିହିଛନ୍ତି ଯେ, ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା । ଗୋଟିଏ ବଟନ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପାରିଛୁ । ନାରୀକୁ ସ୍ବାବଲମ୍ବୀ କରିବା ପାଇଁ ଏହି ସୁଭଦ୍ରା ଯୋଜନା କରାଯାଇଛି । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା, ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେହି ଆଧାରରେ ଆଜି ରାକ୍ଷୀ ପୂର୍ଣ୍ଣିମାରେ ହିତାଧିକାରୀଙ୍କ ଖାତାକୁ ଯାଇଛି ଟଙ୍କା ।ତେବେ ଯେଉଁ ହିତାଧିକାରୀ ଭାବେ ପ୍ରଥମ ଦୁଇଟି କିସ୍ତିରେ ଟଙ୍କା ପାଇନାହାନ୍ତି, ସେମାନଙ୍କୁ ମଧ୍ୟ ଟଙ୍କା ପ୍ରଦାନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ଏପର୍ଯ୍ୟନ୍ତ ୨ଲକ୍ଷ ହିତାଧିକାରୀ ବାଦ୍ ପଡ଼ିଛନ୍ତି । ସେମାନଙ୍କୁ ଯୋଡ଼ିବା ପାଇଁ ଆଉଥରେ ସର୍ଭେ ହେବ ।

୯୩ ହଜାର ହିତାଧିକାରୀ ମହିଳାଙ୍କୁ ୬୦ ବର୍ଷ ପୁରିଥିବାରୁ ବିଭାଗ ସେମାନଙ୍କୁ ଭତ୍ତା ପାଇଁ ଏସଏସଇପିଡିକୁ ପଠାଇଛି ।ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ଜଣ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି । ସେହିପରି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି । ପ୍ରଥମ କିସ୍ତି ଟଙ୍କା ଗତବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ପ୍ରଦାନ କରାଯାଇଥିଲା । ଏହା ପରେ ଚଳିତବର୍ଷ ମହିଳା ଦିବସରେ ଦ୍ୱିତୀୟ କିସ୍ତି ଦିଆଯାଇଥିଲା ।

Leave a Reply

Your email address will not be published. Required fields are marked *