Wed. Oct 22nd, 2025

ନ୍ୟୁଜ ଡେକ୍ସ : ୪୮ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଆଗାମୀ କିଛି ଦିନ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୋମବାର କହିଛି ଯେ ଅଗଷ୍ଟ ୧୩ ତାରିଖ ପାଖାପାଖି ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି।ଆସନ୍ତାକାଲି ବଡ଼ ବର୍ଷା ନେଇ ୧୨ ତାରିଖ ସକାଳୁ ୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି।ଯଦି ଦେଖିବା ୧୩ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୨ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୪ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Leave a Reply

Your email address will not be published. Required fields are marked *