Wed. Oct 22nd, 2025

ନ୍ୟୁଜ ଡେକ୍ସ : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗର ଉପର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଏଥି ସହ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ସ୍ପଷ୍ଟ ହେବ।ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପ ସୃଷ୍ଟି ହୋଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ। ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୧୫ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୩, ୧୪ ଏବଂ ୧୫ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ବିଜୁଳି, ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ମତ୍ସ୍ୟଜୀବୀଙ୍କୁ ଆଜିଠୁ ୧୬ ତାରିଖ ଯାଏ ସମୁଦ୍ର ମନା।

Leave a Reply

Your email address will not be published. Required fields are marked *