ନ୍ୟୁଜ ଡେକ୍ସ : ବର୍ଷାରୁ ନିସ୍ତାର ନାହିଁ। ରାଜ୍ୟରେ ଆହୁରି ୫ ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଯେହେତୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗିରହିବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। କୋରାପୁଟମାଲକାନଗିରି, ଗଂଜାମ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ।
ତେଣୁ ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ବର୍ଷାକୁ ନଜରରେ ରଖି ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ। ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ ମଧ୍ୟ କରାଯାଇଛି।
