Thu. Oct 23rd, 2025

ନ୍ୟୁଜ ଡେକ୍ସ :ଧାର୍ଯ୍ୟ ହେଲା ନୂଆଖାଇଁ ଲଗ୍ନ । ଆସନ୍ତା ୨୮ ତାରିଖ ସକାଳ ୧୦ଟା ୩୩ରୁ ୧୦ଟା ବାଜି ୫୫ ମିନିଟ ମଧ୍ୟରେ ନବାନ୍ନ ଲାଗି କରାଯିବ ।

ତେବେ ସୂଚନା ମୁତାବକ, ଅଗଷ୍ଟ ୨୮ ତାରିଖ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି ଗୁରୁବାର ସକାଳ ୧୦ଟା ୩୩ ମିନିଟରୁ ୧୦ଟା ୫୫ ମିନିଟ୍ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯିବ ।

ତା’ ପରେ ଘରେ ଘରେ ଲୋକେ ନୂଆ ଖାଇବେ । ଝାଡୁଆପଡ଼ାର ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମଣ୍ଡଳୀ ସମୂହ ବିଷ୍ଣୁ ସହସ୍ରନାମ ପାଠ ପୂର୍ବକ ମା’ ସମଲେଇଙ୍କ ରାଶି ଓ ନକ୍ଷତ୍ର ଅନୁସାରେ ଶୁଭ ଲଗ୍ନ ନିର୍ଘଣ୍ଟ କରିଛନ୍ତି l

Leave a Reply

Your email address will not be published. Required fields are marked *