Thu. Oct 23rd, 2025

ନ୍ୟୁଜ ଡେକ୍ସ : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନବୀନ ନିବାସ ଯାଏ ସେ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ଗଲେ ମୁଖ୍ୟମନ୍ତ୍ରୀ ।

ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ଆଜି ତାଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି ସିଏମ୍ ।ସୂଚନାଯୋଗ୍ୟ, ଗତ ରବିବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେସନ୍‌ ଯୋଗୁଁ ଅସୁସ୍ଥ ହୋଇ ସମ୍‌ ଅଲ୍ଟିମେଟ୍ ମେଡିକେୟାରରେ ଭର୍ତ୍ତି ହୋଇଥିଲେ । ସୁସ୍ଥ ହେବା ପରେ ବୁଧବାର ସନ୍ଧ୍ୟାରେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ ।

ଗତକଲି ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ ନବୀନ ନିବାସ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ପଚାରିବୁଝିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ନବୀନଙ୍କ ସାକ୍ଷାତ ସମୟରେ ବଡ଼ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିବାର ସୂଚନା ରହିଛି ।

Leave a Reply

Your email address will not be published. Required fields are marked *