ନ୍ୟୁଜ ଡେକ୍ସ : ମହିଳା ଭକ୍ତମାନଙ୍କ ପାଇଁ ବଡ଼ ପଦକ୍ଷେପ। ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ।ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ପାଇଁ ବ୍ୟବସ୍ଥା କରାଯିବାକୁ ହୋଇଛି ନିଷ୍ପତି।
ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି ।ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ୟାଳୟ ନିକଟରେ ଏହା କାର୍ଯ୍ୟକ୍ଷମ ହେବାକୁ ନିଷ୍ପତ୍ତି ହୋଇଛି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚିସ୍ମିତା ଏବଂ ଅନ୍ୟ ଅଧିକାରୀ ଏ ସମ୍ବନ୍ଧରେ ଆଲୋଚନା କରି ଏହି ସ୍ବତନ୍ତ୍ର ଗୃହ ସ୍ଥାପନା ପାଇଁ ସ୍ଥାନ ନିରୂପଣ କରିଛନ୍ତି ।ସମ୍ପୃକ୍ତ ଗୃହରେ ଗୋପନୀୟତା, ପରିମଳ ଏବଂ ମା’ ତଥା ଶିଶୁଙ୍କ ସ୍ବାଛନ୍ଦ୍ୟ ଉପରେ ଦୃଷ୍ଟି ଦିଆଯିବ ।
