ନ୍ୟୁଜ ଡେକ୍ସ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଭାଲୁମୁଣ୍ଡାଠାରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କଙ୍କଡାହାଡ଼ ଥାନା ପାଟବେଡା ଗାଁର ମାନସ ସିଂ। ସେ ଅନୁଗୁଳ ପୋଲିସରେ କାର୍ଯ୍ୟରତ ଥିଲେ ।
ଶନିବାର ସନ୍ଧ୍ୟାରେ ମାନସ ସିଂ ନିଜ ବାଇକରେ ଘରକୁ ଫେରୁଥିଲେ । ଏହି ସମୟରେ ଏକ ଅଜଣା ଗାଡି ତାଙ୍କ ବାଇକକୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି ।ଏହା ଦେଖି ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏସମ୍ପର୍କରେ ଖବର ପାଇ ମାନସଙ୍କ ପରିବାର ଲୋକ ମେଡିକାଲରେ ପହଞ୍ଚିଛନ୍ତି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଛି । ଏହା ସହ ଅଧିକ ତଦନ୍ତ ଜାରି ରଖିଛି । ମାନସଙ୍କ ମୃତ୍ୟୁରେ ପରିବାର ଓ ବନ୍ଧୁ ପରିଜନଙ୍କ କାନ୍ଦବୋବାଳିରେ ମେଡିକାଲ ପରିସରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
