Fri. Oct 24th, 2025

ନ୍ୟୁଜ ଡେକ୍ସ : ଆଜି ରାଜ୍ୟ କ୍ୟାବିନେଟର ୨୪ ତମ ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ମୋଟ ୩ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ ମିଳିଛି ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ କ୍ୟାବିନେଟ ବୈଠକରେ ମୋଟ ୩ଟି ବିଭାଗର ୪ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ୨ଟି ପ୍ରସ୍ତାବ ଆଲୋଚନା ପୂର୍ବକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି।

ସେହିପରି ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ ତମ ବିଧାନ ସଭାର ୪ର୍ଥ ଅଧିବେଶନ ଆରମ୍ଭ ହେବାକୁ ଥିବା ସମ୍ପର୍କିତ ପ୍ରସ୍ତାବ ଥିଲା ବୋଲି ସେ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *