Thu. Oct 23rd, 2025

ନ୍ୟୁଜ ଡେକ୍ସ : ୩୧ ବର୍ଷ ପରେ ଓଡ଼ିଶାରେ ଆୟୋଜନ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ। ଆସନ୍ତା ୨୯ ଓ ୩୦ ତାରିଖରେ ଭୁବନେଶ୍ଵରରେ ଦୁଇ ଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଲୋକସଭା ବାଚସ୍ପତି ଓମ୍ ବିର୍ଲା ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ୩ କେନ୍ଦ୍ରମନ୍ତ୍ରୀ ସାମିଲ ହେବେ। ୧୯୯୪ ପରେ ପ୍ରଥମଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ହେବାକୁ ଯାଉଛି। ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେବେ। ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ଜଣ ସଦସ୍ୟ ଯୋଗଦେବେ। ଲୋକସଭା ବାଚସ୍ପତି ଏକ ପ୍ରଦର୍ଶନୀକୁ ଉଦଘାଟନ କରିବା ସହ ଏକ ସ୍ମରଣିକାକୁ ମଧ୍ୟ ଉନ୍ମୋଚନ କରିବେ। ଅନୁସୂଚିତ ଜାତି ଏବଂ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ସଶକ୍ତିକରଣରେ ସଂସଦୀୟ ଏବଂ ବିଧାନସଭା ସମିତିଗୁଡିକର ଭୂମିକା ଏହି ସମ୍ମିଳନୀର ମୁଖ୍ୟ ବିଷୟବସ୍ତୁ ରହିବ।

ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେବେ। ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ। ଏନେଇ ଆଜି ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ଦୁଇ ଦିନ ଧରି ଲୋକସେବା ଭବନ କନଭେନସନରେ ଏହି ସମ୍ମିଳନୀ ଆୟୋଜିତ ହେବ।

Leave a Reply

Your email address will not be published. Required fields are marked *