Thu. Oct 23rd, 2025

ନ୍ୟୁଜ ଡେକ୍ସ : ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରତିବର୍ଷ ପରି ଚଳିତ ବର୍ଷ ଦେଶୀୟ ପକ୍ଷୀ ଗଣନା କରାଯିବ । ଏହି ପକ୍ଷୀ ଗଣନା ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଏହି ପକ୍ଷୀ ଗଣନା ଚାଲିବ । ପକ୍ଷୀ ଗଣନା ଭିତରକନିକା କନିକା ରେଞ୍ଜର ମଠଆଡିଆ, ଲଷ୍ମୀପ୍ରସାଦ ଡିଆ, ଦୁର୍ଗାପ୍ରସାଦ ଡିଆ ଓ ରାଜନଗର ରେଞ୍ଜ ବାଲିଡିଆରେ କରାଯିବ ।

ତିନୋଟି ଦଳ ଏହି ଗଣନାରେ ସାମିଲ ହେବେ। ପ୍ରତି ଦଳରେ ୭ ଜଣଙ୍କୁ ସାମିଲ କରାଯିବ। ଚଳିତବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର। ପକ୍ଷୀ ଗଣନା ସମୟରେ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି।

ପକ୍ଷୀ ବିହାର ଭାବେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନକୁ ୨୦୦୨ରେ ରାମହରି ସାଇଟର ମାନ୍ୟତା ମିଳିଛି। ବର୍ଷା ଋତୁ ଆରମ୍ଭରେ ଦେଶୀୟ ପକ୍ଷୀମାନେ ବଂଶ ବିସ୍ତାର ପାଇଁ ଦେଶର କୋଣ ଅନୁକୋଣରୁ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିଥାନ୍ତି।

Leave a Reply

Your email address will not be published. Required fields are marked *