ନ୍ୟୁଜ ଡେକ୍ସ : ଭୁବନେଶ୍ବରରେ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଉଦଘାଟିତ । ଏହି ସମ୍ମିଳନୀ ଉଦଘାଟନ କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀ, ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଏହି ସମ୍ମିଳନୀରେ ଉପସ୍ଥିତ ଅଛନ୍ତି ।
ଏଥିରେ ସାରା ଦେଶରୁ ୨୦୦ରୁ ଅଧିକ ପ୍ରତିନିଧି ଉପସ୍ଥିତ ଅଛନ୍ତି ।ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଅଧ୍ୟକ୍ଷ, ୫ ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେଇଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ଜଣ ସଦସ୍ୟ ଉପସ୍ଥିତ ଅଛନ୍ତି। ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଦୁଇ ଦିନ ଧରି ଚାଲିବ ଏହି ସମ୍ମିଳନୀ । ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ଜାତୀୟ ବୈଠକର ଆୟୋଜନ କରାଯାଇଛି।
ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ । ୩୧ ବର୍ଷ ପରେ ଏହା ଓଡ଼ିଶାରେ ଆୟୋଜନ କରାଯାଉଛି । ଓଡ଼ିଶାର ହସ୍ତଶିଳ୍ପ, କାରିଗରୀ, ସଂସ୍କୃତି ଓ କଳାକୁ ନେଇ ଏକ ପ୍ରଦର୍ଶନୀ ସହ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଉଦଯାପନୀ ପରେ ପ୍ରତିନିଧିମାନଙ୍କୁ କୋଣାର୍କ ସହ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରାଯିବାର କାର୍ଯ୍ୟକ୍ରମ ରହିଛି ।
