ନ୍ୟୁଜ ଡେକ୍ସ : ବର୍ଷାକୁ ନେଇ ଆସିଲା ବଡ଼ ଖବର। ଓଡ଼ିଶା ଉପରୁ ଦୂରେଇ ଯାଇଛି ଲଘୁଚାପ କ୍ଷେତ୍ର। ଫଳରେ ଆଜିଠୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆସନ୍ତାକାଲି ଶନିବାରଠାରୁ କମିବ ବର୍ଷା ପରିମାଣ। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।ତେବେ ସୂଚନା ଅନୁଯାୟୀ, ବର୍ତ୍ତମାନ ମଧ୍ୟପ୍ରଦେଶ ମୁହାଁ ଲଘୁଚାପ ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ବର୍ତ୍ତମାନ ଉତ୍ତର ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଉପରେ କେନ୍ଦ୍ରୀଭୂତ ରହିଛି । ଏହା ପ୍ରଭାବରେ ମହାନଦୀ ଉପରମୁଣ୍ଡ ଓ ଛତିଶଗଡ଼କୁ ଲାଗି ଥିବା ଓଡ଼ିଶାର ସୀମାନ୍ତବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି। ଲଘୁଚାପ ଯୋଗୁଁ ଗତ ୩ ଦିନ ହେଲା ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି ।
