Wed. Oct 22nd, 2025

ନ୍ୟୁଜ ଡେକ୍ସ : ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୧୩ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ତା’ ସହ ୨୪ ଘଣ୍ଟା ମଧ୍ୟରେ ଅସ୍ତବ୍ୟସ୍ତ କରିବା ବର୍ଷା ।ଏଥିସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି।

ତେବେ ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଆସନ୍ତାକାଲି ପାଇଁ ଗଞ୍ଜାମ,ଗଜପତି,ରାୟଗଡ଼ା,କୋରାପୁଟ,ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ଓ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି।

ସେହିପରି ସୋମବାରରୁ ମଙ୍ଗଳବାର ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *